www.samajalive.in
Saturday, December 6, 2025
14.1 C
Bhubaneswar

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

ପୁରୀ : ପୁରୀ ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ଅର୍ପଣ ଚାଉଳ ନିଲାମ ହେଲା । ଅର୍ପଣ ଚାଉଳ ନିଲାମ ହୋଇଥିବା ନେଇ ଶୁକ୍ରବାର ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି । ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା । ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି ।

ସୂଚନାନୁଯାୟୀ, ଅକ୍ଟୋବରରେ ୧ରେ ଅର୍ପଣ ଚାଉଳ ବିକ୍ରି ହେବା ନେଇ ସୂଚନା ଦେଇଥିଲେ ପୁରୀ ଜିଲ୍ଲାପାଳ। ଜିଲ୍ଲାପାଳ କହିଥିଲେ, ସ୍ପଟ୍ ଭିଜିଟ୍ କରି ଟେଣ୍ଡର ମାଧ୍ୟମରେ କୌଣସି ବ୍ୟକ୍ତି ବିଶେଷ କିମ୍ବା ମିଲର ଅର୍ପଣ ଚାଉଳକୁ କିଣିପାରିବେ। ଏଥିରୁ ଯେଉଁ ଟଙ୍କା ମିଳିବ, ତାକୁ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯିବ। ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା , ତାକୁ ବ୍ୟବହାର କରାଯାଇଛି। ବଳକା ଚାଉଳ ମହାପ୍ରସାଦ ପ୍ରସ୍ତୁତ ଲାଗି ଅନୁପଯୁକ୍ତ ବୋଲି ସୁଆର ମହାସୁଆର ନିଯୋଗ ସ୍ପଷ୍ଟ କରିଛି। ତେଣୁ ବଳକା ଚାଉଳକୁ କ’ଣ କରାଯିବ ବୋଲି ସେ ନେଇ ଆଲୋଚନା କରାଯାଇ ଏକ ପ୍ରସ୍ତାବ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଠା ଯାଇଥିଲା। ସରକାର ଏହା ଉପରେ ପୁଙ୍ଖାନୁପୁଙ୍ଖ ବିଚାର କରି ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ । ସବୁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଅର୍ପଣ ଚାଉଳ ବିକ୍ରି ନେଇ ନିଷ୍ପତ୍ତି ନିଆଯାଇଥିଲା।

ଦଶହରାରେ ୨ ରାଜଯୋଗ ସହ ଅଦ୍ଭୁତ ସଂଯୋଗ; ଏହି ରାଶିଙ୍କ ଭାଗ୍ୟ ବଦଳିଯିବ, ମିଳିବ ଧନ, ହେବ ବିବାହ..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories