www.samajalive.in
Saturday, December 6, 2025
16.1 C
Bhubaneswar

ପୁରୀରେ ଅଟୋ ରିକ୍ସା ଧକ୍କାରେ ହବିଷ୍ୟାଳି ଆହତ 

ପୁରୀ : ପୁରୀ ବଡ଼ଦାଣ୍ଡରେ ଅଟୋ ରିକ୍ସା ଧକ୍କାରେ ଶୁକ୍ରବାର ଜଣେ ହବିଷ୍ୟାଳି ଆହତ ହୋଇଛନ୍ତି । ତାଙ୍କ ନାମ ସୁଲୋଚନା ମହାପାତ୍ର। ବୟସ ୭୪ ବର୍ଷ ଏବଂ ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ହଜା ଗ୍ରାମରେ। ସରକାରୀ ନିଃଶୁଳ୍କ ହବିଷ୍ୟାଳୀ ଶିବିରରେ ସେ ରହୁଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଯୋଗ୍ୟ, ୧୮ ତାରିଖରୁ ପୁରୀରେ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି। ଏଥିଲାଗି ପୁରୀରେ ଉଭୟ ଶ୍ରଦ୍ଧାଳୁ ଓ ହବିଷ୍ୟାଳିଙ୍କ ଭିଡ ଜମିଛି। ଚଳିତ ବର୍ଷ ୨୫ ଶହ ହବିଷ୍ୟାଳିଙ୍କ ରହିବା, ମହାପ୍ରସାଦ ସେବନ ଏବଂ ଶ୍ରୀମନ୍ଦିର ଦର୍ଶନ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭିଡ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୧୮ତାରିଖରୁ କେବଳ ସିଂହଦ୍ବାର ଏବଂ ପଶ୍ଚିମ ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ।

ଦୀର୍ଘ ୫୦ ବର୍ଷ ପରେ ଗ୍ରହଙ୍କ ଅଦ୍ଭୁତ ସଂଯୋଗ; ଏହି ୩ ରାଶି ହେବେ ଭାଗ୍ୟଶାଳୀ..

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories