www.samajalive.in
Monday, December 8, 2025
20.1 C
Bhubaneswar

ଆଜି ବନକଲାଗି ନୀତି; କାଳିଆ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।

୨୭ ଫେବୃଆରୀରେ ଶକ୍ତିଶାଳୀ ଲକ୍ଷ୍ମୀ ନାରାୟଣ ରାଜଯୋଗ : ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବ ବିବାହ, ହେବେ ମାଲାମାଲ୍‌..

ଦେଖନ୍ତୁ ଭିଡିଓ; କେମିତି ହଠାତ୍‌ କ୍ଲିନିକ୍‌ରେ ଆକ୍ରମଣ କରି ଯୁବକଙ୍କୁ କ୍ଷତାକ୍ତ କଲା କୁୁକୁର.. 

- Advertisement -

 

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories