www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ସଂନ୍ଧ୍ୟା ସୁଦ୍ଧା ପୁରୀ ଦଳା ଚକଟା ରିପୋର୍ଟ- ଉନ୍ନୟନ କମିଶନର

ପୁରୀ : ଆଜି ସଂନ୍ଧ୍ୟା ସୁଦ୍ଧା ଆସିବ ପୁରୀର ରଥଯାତ୍ରା ସମୟରେ ହୋଇଥିବା ଦଳାଚକଟାର ରିପୋର୍ଟ । ଏନେଇ ଉନ୍ନୟନ କମିଶନର ଅନୁ ଗର୍ଗ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଗତକାଲି ତଦନ୍ତର ଶେଷ ତାରିଖ ଥିଲା । ଆଜି ସଂନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିବ ।
ସୂଚନାଯୋଗ୍ୟ, ପୁରୀ ଶରଧାବାଲି ଦଳାଚକଟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର କମିଟି ଗଠନ କରିଥିଲେ ରାଜ୍ୟ ସରକାର। ଉନ୍ନୟନ କମିଶନରଙ୍କ ନେତୃତ୍ବରେ ଗଠିତ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଥିଲା। ନିର୍ଦ୍ଦେଶନାମା ଅନୁଯାୟୀ, ଏହି ୪ ଜଣିଆ ତଦନ୍ତ କମିଟିରେ ଓଏଏସ୍‌ ଅଧିକାରୀ ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁଙ୍କୁ ସାମିଲ କରାଯାଇଥିଲା। ଏହି ୪ଜଣ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିଶନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍ନ ୩ଟାରୁ ୫ଟା ଯାଏଁ ତଦନ୍ତରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ସାହାଯ୍ୟ କରିବେ।

ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଜୁନ୍ ୨୯ତାରିଖ ଦଳାଚକଟାରେ ତିନି ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିଲା। ବିଳମ୍ବିତ ରାତିରେ ଶରଧାବାଲିରେ ରଥ ନିକଟରେ ଦଳାଚକଟା ଘଟି ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା।  ଏଥିରେ ୪୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଥିଲା। ମୃତକମାନେ ହେଲେ ବୋଲଗଡ଼ ଅଞ୍ଚଳର ବାସନ୍ତୀ ସାହୁ(୩୬), ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି(୭୮) ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ। ଆହତମାନଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଇଥିଲା।

- Advertisement -

ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ। ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା। ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା। ଯାହାଫଳରେ ଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଥିଲା।

ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories