www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିର ସୁରକ୍ଷା ନେଇ ସବ୍‌କମିଟି ଗଠନ: ଧାଡି ଦର୍ଶନକୁ ଅନୁମୋଦନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି । ୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି । ଷ୍ଟାଚ୍ୟୁଟାରୀ ସବ୍‌କମିଟି -ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି ।

ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

୧.୫୧ କୋଟି ଟଙ୍କାରେ ସଜାଯାଇଛି ପ୍ରଭୁ ଗଣେଶଙ୍କ ଏହି ମୂର୍ତ୍ତି

- Advertisement -

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories