www.samajalive.in
Saturday, December 6, 2025
15.1 C
Bhubaneswar

ବାଣ ବିସ୍ଫୋରଣ ଘଟଣା ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୪ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଚିକିତ୍ସା ଖର୍ଚ୍ଚ ମଧ୍ୟ ସରକାର ବହନ କରିବେ। ଏହାସହ ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଏସଆରସି ଏହି ତଦନ୍ତ କରିବେ। ସକାଳେ ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଆହତଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଥିଲେ।

ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ୨ଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୨୮ଜଣଙ୍କୁ କଟକ ଓ ଭୁବନେଶ୍ୱର ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ସହ ଜଣେ ଶିଶୁ ଅବସ୍ଥା ସଙ୍କଟାପନ୍ନ ରହିଛି। ନରେନ୍ଦ୍ର ପୁଷ୍କରିଣୀରେ ନିଖୋଜ ଓ ମୃତକଙ୍କୁ ଅଗ୍ନିଶମ ବାହିନୀ ଖୋଜିବା ଜାରି ରଖିଛି। ଏହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରିଛି।

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା; ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories