www.samajalive.in
Friday, December 5, 2025
16.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପୁରୀ : ଶୁକ୍ରବାର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଗସ୍ତ କରିଛନ୍ତି। ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଅନେକ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ସୁରକ୍ଷିିତ ଓ ଶୃଙ୍ଖଳିତ ହେବା ପାଇଁ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି। ଲକ୍ଷାଧିକ ଭକ୍ତ ଏକତ୍ରିତ ହେବାକୁ ଥିବା ବେଳେ ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି। ସମସ୍ତ ପ୍ରସ୍ତୁତି ପାଇଁ ବୈଠକରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରୁଛନ୍ତି। ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି। ଜାନୁଆରୀ ୧୧ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଶନିବାର ଠାରୁ ପ୍ରତି ପଞ୍ଚାୟତରେ ଶ୍ରୀଜଗନ୍ନାଥ ପ୍ରଚାର ରଥ ବୁଲିବ। ଲୋକାର୍ପଣ ଉତ୍ସବରେ ଅଦ୍ଭୁଦପୂର୍ବ ସୁରକ୍ଷା ବ୍ୟବସ୍ଥା ହେବ। ସିସିଟିଭ ବଳୟରେ ପୁରୀ ସହର ରହିବ। ଟ୍ରାଫିକ୍‌‌ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ ବୋଲି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ସୂଚନା ଦେଇଛନ୍ତି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories