www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପୁରୀ : ଶୁକ୍ରବାର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଗସ୍ତ କରିଛନ୍ତି। ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଅନେକ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ସୁରକ୍ଷିିତ ଓ ଶୃଙ୍ଖଳିତ ହେବା ପାଇଁ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି। ଲକ୍ଷାଧିକ ଭକ୍ତ ଏକତ୍ରିତ ହେବାକୁ ଥିବା ବେଳେ ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି। ସମସ୍ତ ପ୍ରସ୍ତୁତି ପାଇଁ ବୈଠକରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରୁଛନ୍ତି। ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି। ଜାନୁଆରୀ ୧୧ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଶନିବାର ଠାରୁ ପ୍ରତି ପଞ୍ଚାୟତରେ ଶ୍ରୀଜଗନ୍ନାଥ ପ୍ରଚାର ରଥ ବୁଲିବ। ଲୋକାର୍ପଣ ଉତ୍ସବରେ ଅଦ୍ଭୁଦପୂର୍ବ ସୁରକ୍ଷା ବ୍ୟବସ୍ଥା ହେବ। ସିସିଟିଭ ବଳୟରେ ପୁରୀ ସହର ରହିବ। ଟ୍ରାଫିକ୍‌‌ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ ବୋଲି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ସୂଚନା ଦେଇଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories