www.samajalive.in
Saturday, December 13, 2025
23.1 C
Bhubaneswar

ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର

ପୁରୀ:  ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ ବୋଲି କହିଛନ୍ତି ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି । ସର୍କିଟ ହାଉସ ଠାରେ ପହଞ୍ଚି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଜିଲ୍ଲାପାଳ ଓ ଏସପି ଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁ ମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ବିଭିନ୍ନ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥି ମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାର ଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁମାନେ ସୁବିଧାରେ ରହି ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ।

- Advertisement -

ଏହି ପରିଦର୍ଶନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories