www.samajalive.in
Tuesday, December 9, 2025
15.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତା ଜାନୁଆରୀ ୧୭ରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କୁ ନେଇ ଏକ ୫୦ ଜଣିଆ ପ୍ରତିନିଧି ଦଳ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ଗୋଟିଏ ଗୁଆ ଓ ମୁଠାଏ ଚାଉଳ ଦେଇ ନିମନ୍ତ୍ରଣ ସ୍ବୀକାର କରି ନିଜର ସମ୍ମତି ପ୍ରଦାନ କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରଥମେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଶ୍ରୀମନ୍ଦିର ସେବାୟତ ପ୍ରତିନିଧି ଦଳ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ଶ୍ରୀ ଲିଙ୍ଗରାଜ ମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ଏକାମ୍ର କ୍ଷେତ୍ରରେ ଭବ୍ୟ ସ୍ବାଗତ କରାଯାଇଥିଲା। ମନ୍ଦିର ଭିତରକୁ ସେବାୟତମାନଙ୍କୁ ପାଛୋଟି ନିଆଯାଇଥିଲା। ଘଣ୍ଟଘଣ୍ଟାରେ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories