www.samajalive.in
Saturday, December 6, 2025
26.1 C
Bhubaneswar

ଗଜପତିଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ

ପୁରୀ: ଜନୁଆରୀ ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହାପୂର୍ବରୁ ଗୁରୁବାର ନିଳାଦ୍ରୀ ଭକ୍ତ ନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆଲୋଚନା କରାଯାଉଛି। ବୈଠକରେ ଅନେକ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ଜାରି ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଛନ୍ତି। ଆସନ୍ତା ୧୭ରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ। ପ୍ରଶାସନ ପକ୍ଷରୁ ସମଙ୍ଗ ବଲ୍ଲଭ ପାର୍କିଂ, ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀମନ୍ଦିର ପରିକ୍ରମା ର୍ମାଗରେ ବିଶାଳ ସଭା ଆୟୋଜନ କରାଯାଇଛି।

ସେହିପରି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଥିବା ଓବିସିସି ସଂସ୍ଥା ଗୁରୁବାର ମନ୍ଦିର ପ୍ରଶାସନକୁ ପରିକ୍ରମା ପ୍ରକଳ୍ପ ହସ୍ତାନ୍ତର କରିବାକୁ କୁହାଯାଇଛି। ପୁରୀ ପୁଲିସ ପ୍ରଶାସନ ପକ୍ଷରୁ ଗୁରୁବାର ଠାରୁ ପରିକ୍ରମା ପ୍ରକଳ୍ପ ଉଦଘାଟନ ସରିବା ଯାଏଁ ସୁରକ୍ଷା ଦାୟିତ୍ୱ ହାତକୁ ନେଇଥିବା ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ଚନ୍ଦ୍ର ମହାପାତ୍ର ପରିକ୍ରମା ପ୍ରକଳ୍ପ ବୁଲି ଦେଖିବା ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପ୍ରସ୍ତୁତିର ସମୀକ୍ଷା କରିଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories