www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ପ୍ରସଙ୍ଗ ; ଖୁବଶୀଘ୍ର ଅନୁଧ୍ୟାନ କରିବ ଗୃହକମିଟି: ବାଚସ୍ପତି

ଭୁବନେଶ୍ୱର : ପୁରୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନାରେ କରାଯାଉଥିବା ନିର୍ମାଣକୁ ନେଇ ଚାଲିଥିବା ବିବାଦ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ମୁହଁ ଖୋଲିଛନ୍ତି। ବାଚସ୍ପତି ଶ୍ରୀ ପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ଖୁବଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ଲାଗି ବିଧାନସଭା ଗୃହ କମିଟି ଯିବ। ଏହାପରେ ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା ହେବ। ଆଇନ ସଚିବ, ପୂର୍ତ୍ତ ସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରାଯିବ।
ଶ୍ରୀ ପାତ୍ରଙ୍କ ସୂଚନା ଅନୁଯାୟୀ କମିଟିରେ ୮ଜଣ ସଦସ୍ୟ ରହିଛନ୍ତି। ବଜେଟ ଅଧିବେଶନ କାଳରେ ୩୧ ତାରିଖରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଗୃହ କମିଟି ଗଠନ କରାଯାଇଥିଲା। ଏଥିରେ ବିଜେଡ଼ିର ବରି‌ଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର, କଂଗ୍ରେସ ବିଧାୟକଦଳ ନେତା ନରସିଂହ ମିଶ୍ର, ବିଜେପି ବିଧାୟକ ଜୟନ୍ତ ଷଡଙ୍ଗୀ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଆଇନ ମନ୍ତ୍ରୀ ପ୍ରତାପ ଜେନା, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ବିଜେଡ଼ି ବିଧାୟକ ଅତନୁ ସବ୍ୟସାଚୀ ନାୟକ କମିଟିରେ ସଦସ୍ୟ ଅଛନ୍ତି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories