www.samajalive.in
Monday, December 15, 2025
14.1 C
Bhubaneswar

ଆଜିଠୁ ବିଧାୟକ, ସାଂସଦଙ୍କ ୩ ଦିନିଆ ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର : ବିଜେପିର ସମସ୍ତ ବିଧାୟକ ଏବଂ ସାଂସଦଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରଶିକ୍ଷଣ ଦେବେ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଆଜି ପୂର୍ବାହ୍ଣ ୧୦ଟାରେ ଶ୍ରୀ ନଡ୍ଡା ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ବିଧାନସଭାରେ ନବାଗତ ବିଧାୟକମାନେ କିପରି ବିଭିନ୍ନ ପ୍ରସଙ୍ଗରେ ବକ୍ତବ୍ୟ ରଖିବେ ଏବଂ ବିରୋଧୀ ଦଳ ସଦସ୍ୟକୁ କିଭଳି ଭାବେ ମୁକାବିଲା କରିବେ ସେ ବିଷୟରେ ବିଧାୟକଙ୍କୁ ତାଲିମ ଦିଆଯିବ। ତୃଣମୂଳସ୍ତରରେ ବିଧାୟକମାନେ କିପରି ଜନସାଧାରଣଙ୍କ ପାଖରେ ସରକାରଙ୍କ ଲୋକାଭିମୁଖୀ ଯୋଜନାକୁ ପହଞ୍ଚାଇ ଲୋକପ୍ରିୟତା ହାସଲ କରିବେ ସେ ବିଷୟରେ ବିଧାୟକ ଏବଂ ସାଂସଦଙ୍କୁ ପ୍ରଶିକ୍ଷଣ ଦିଆଯିବ। ଆଗକୁ ପଞ୍ଚାୟତ ଏବଂ ପୌର ନିର୍ବାଚନ ଥିବାରୁ ଏଥିପାଇଁ ସଙ୍ଗଠନକୁ ଏବେଠାରୁ ମଜଭୁତ କରିବାକୁ ଦଳ ଗୁରୁତ୍ବ ଦେଉଛି। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ‘ବିଧାୟକ ଓ ସାଂସଦ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସମସ୍ତ ବିଧାୟକ ଏବଂ ସାଂସଦମାନେ ଶୁକ୍ରବାର ରାତି ୮ଟା ସୁଦ୍ଧା ପୁରୀରେ ପହଞ୍ଚିଛନ୍ତି। ଏହି ଶିବିରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ପ୍ରଭାରୀ ବିଜୟପାଲ ସିଂହ ତୋମାର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ ଏବଂ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଅଂଶଗ୍ରହଣ କରିବେ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ବିମାନ ବନ୍ଦରରୁ ସେ କିଛି ସମୟ ରାଜ୍ୟ ଅତିଥି ଭବନ ଯାଇଥିଲେ। ସେଠାରୁ ସେ କଟକ ଯାଇ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories