www.samajalive.in
Monday, December 15, 2025
26.1 C
Bhubaneswar

ପୁରୀ ରେଳଷ୍ଟେସନରେ ଅଘଟଣ: ନିର୍ମାଣଧୀନ ଛାତ ଭୁଶୁଡ଼ି ୩ ଶ୍ରମିକ ଆହତ, ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

ପୁରୀ: ନବନିର୍ମିତ କୋଠା ଛାତ ପଡ଼ିବାବେଳେ ପୁରୀ ରେଲୱେ ଷ୍ଟେସନରେ ଅଘଟଣ। ପୁରୀ ରେଲୱେ ଷ୍ଟେସନରେ ନର୍ମାଣଧୀନ ଛାତ ଭୁଶୁଡ଼ି ଯାଇଥିବା ସୂଚନାମିଳିଛି। ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଏହି ଅଘଟଣ ଘଟିଛି। ନିର୍ମାଣଧୀନ ଛାତ ଭୁଶୁଡ଼ି ପଡ଼ିବା ଫଳରେ ୩ଜଣ ଶ୍ରମିକ ଆହତ ହୋଇଛି। ଏହାସହିତ ଭୁଶୁଡ଼ିଥିବା ଛାତତଳେ ଆଉ କିଛି ଶ୍ରମିକ ଫସି ରହିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ଆଜି ପୁରୀ ରେଳଷ୍ଟେସନରେ ଏକ ନିର୍ମାଣଧୀନ ଛାତ ଭୁଶୁଡ଼ି ପଡ଼ିବା ଫଳରେ ୩ଜଣ ଶ୍ରମିକ ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର ପରେ ପୁରୀ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଉ କିଛି ଶ୍ରମିକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ତେବେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି। ଭୁଶୁଡ଼ି ପଡ଼ିଥିବା ଛାତତଳେ ଚାପି ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଥିବା ସୂଚନା ମିଳିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories