www.samajalive.in
Thursday, December 11, 2025
26.1 C
Bhubaneswar

ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ, ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ରଥ ନିର୍ମାଣ ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ରଥଖଳାକୁ ଆଜ୍ଞାମାଳ ଆସିଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ କରାଯାଇଛି। ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି ସମ୍ପନ୍ନ ହେବା ପରେ ଅନ୍ୟାନ୍ୟ ରୀତିନୀତି ସମ୍ପାଦନ ହୋଇଥିଲା। ମଙ୍ଗଳ ଆରତୀ ପରେ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣ ଘର ଭୋଗ ଆଦି କରାଯାଇଥିଲା। ଏହାପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି ଅନୁଷ୍ଠିତ ହୋଇଥିଲା।

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ଅପରାହ୍ନରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହୋଇଛି। ଆଜ୍ଞାମାଳ ପହଞ୍ଚିବା ପରେ ତିନି ରଥର ମୁଖ୍ୟ ମହାରଣା ଏହି ଆଜ୍ଞାମାଳକୁ ଗ୍ରହଣ କରିଥିଲେ। ପରେ ପରେ ଶ୍ରୋତିୟ ବ୍ରାହ୍ମଣ ମାନେ ପଞ୍ଚ ବିଧି ଉପଚାରରେ ତିନି ରଥ ପାଇଁ ଉଦ୍ଦିଷ୍ଟ ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରିଥିଲେ। ପୂଜାର୍ଚ୍ଚନା ପରେ ତିନି ରଥର ମହାରଣା ସୁନା ଓ ରୂପା କୁରାଢ଼ୀରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଆସନ୍ତାକାଲିଠାରୁ ରଥ ଖଳାରେ ବିଶ୍ୱକର୍ମା ମହାରଣା ମାନେ ରଥ ନିର୍ମାଣରେ ନିୟୋଜିତ ହେବେ।

- Advertisement -

ଆଜି ମହାପଭ୍ରୁଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇଛି। ୨୧ ଦିନ ବ୍ୟାପିୀ ଅନୁଷ୍ଠିତ ହେବାକୁ ଥିବା ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଛି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories