www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଯିବ ରଥକାଠ

ପୁରୀ: ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଆସୁଛି ରଥ କାଠ। ନୟାଗଡ ଦଶପଲ୍ଲାରୁ ପୁରୀ ଅଭିମୁଖେ ଗଡିବ ରଥକାଠ ବୋଝେଇ ହୋଇଥିବା ୩ଟି ଟ୍ରକ୍। ପୂଜାର୍ଚ୍ଚନା ପରେ ମହାବୀର କ୍ଷେତ୍ର ଦଶପଲ୍ଲାରୁ ପ୍ରଥମ ପର୍ଯ୍ୟାୟରେ ୧୦୧ ଖଣ୍ଡ କାଠ ପଠାଯିବ। ସେଥିମଧ୍ୟରୁ ୪୮ ଖଣ୍ଡ ଅସନ ଏବଂ ୫୮ ଖଣ୍ଡ ଧଉରା କାଠ ରହିଛି। ଶ୍ରୀପଞ୍ଚମୀ ପୂର୍ବରୁ ରଥ ଖଳାରେ ରଥ କାଠ ପହଞ୍ଚିବାର ବିଧି ରହିଛି। ସେଥିପାଇଁ ଦଶପଲ୍ଲାର ପୋଖରୀଗୋଚ୍ଛା ଓ ଟାକେରା ସେକନ୍ସରୁ ରଥ କାଠ ପଠାଯାଉଛି। ରଥ ନିର୍ମାଣ ପାଇଁ ଅସନ , ଧଉରା, ଫାସି, ସିମିଳି ପ୍ରଜାତିର ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷର ୫୧ ଖଣ୍ଡ କାଠ ବଳକା ରହିଛି । ତେଣୁ ଚଳିତବର୍ଷ ୮୧୪ ଖଣ୍ଡ କାଠର ଆବଶ୍ୟକତା ରହିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories