www.samajalive.in
Tuesday, December 9, 2025
26.1 C
Bhubaneswar

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥକାଠ

ପୁରୀ : ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଗାମୀ ରଥଯାତ୍ରା ପାଇଁ ଶୁକ୍ରବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥକାଠ। ଦୁଇଟି ଟ୍ରକରେ ଦଶପଲା ଜଙ୍ଗଲରୁ ୪୯ଖଣ୍ଡ ଅସନ ଓ ଧଉଁରା କାଠ ଆସିଛି। ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ତିଥିରେ ରଥକାଠ ଅନୁକୂଳ କରାଯିବ। ମହାପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ, ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିର୍ମାଣ ପାଇଁ ୮୬୫ଖଣ୍ଡ କାଠର ଆବଶ୍ୟକତା ରହିଛି। ଗତବର୍ଷଠାରୁ କିଛିକାଠ ବ୍ୟବହାର ନହୋଇ ବଳକା ରହିଛି। ତେଣୁ ଅବଶିଷ୍ଟ କାଠ ଯୋଗାଇବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୟାଗଡ ବନଖଣ୍ଡ ଅଧିକାରୀଙ୍କୁ ଅନୁରୋଧ କରାଯାଇଛି। କାଠ କଟାଯିବା ପୂର୍ବରୁ ବଡ଼ରାଉଳ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ମା’ଙ୍କୁ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗଲାଗି ପାଟବସ୍ତ୍ର, ଫୁଲମାଳ ଏବଂ ମାହାର୍ଦ ପ୍ରଦାନ କରାଯାଇଥିଲା।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories