www.samajalive.in
Sunday, December 7, 2025
15.1 C
Bhubaneswar

ଚଳଚଞ୍ଚଳ ରଥଖଳା: ୧୬ ଚକ ନିର୍ମାଣ ଶେଷ

ପୁରୀ : ତିନି ରଥର ୪୨ଟି ଚକ ମଧ୍ୟରୁ ଶୁକ୍ରବାର ସୁଦ୍ଧା ୧୬ଟି ଚକ ନିର୍ମାଣ ଶେଷ ହୋଇଛି। ତୁମ୍ବଗୁଡ଼ିକରେ ଅର ଏବଂ ପହି ସଂଯୋଗ କରାଯାଉଛି। ମହାରଣା ସେବକମାନେ ତିନି ରଥ ପାଇଁ ୨୧ଟି ଅଖ ପ୍ରସ୍ତୁତ କରୁଛନ୍ତି। ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ୫ଟି ଲେଖାଏଁ ଚକ ନିର୍ମାଣ ଶେଷ ହୋଇଥିବାବେଳେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ୬ଟି ଚକ ନିର୍ମାଣ କରାଯାଇଛି। ଏଥିସହ ତିନି ରଥର ୪ଟି ଲେଖାଏଁ ୧୨ ଫୁଟିଆ ପ୍ରଥମ ଭୂଇଁ ଓରା ଚଉପଟ କରାଯାଇ ଉଭୟ ପାର୍ଶ୍ବ ବିନ୍ଧ କରାଯାଇଛି। ତିନି ରଥର ଦୁଇଟି ଲେଖାଏଁ ଭୂଇଁ ଖମ୍ବୀ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଉପଟ କାର୍ଯ୍ୟ ଶେଷ ହୋଇଛି। ତୁମ୍ବଗୁଡ଼ିକରେ ଭୋଇ ସେବକମାନେ ସିଙ୍ଗଡ଼ା ବାଡ଼ିଆ କରୁଛନ୍ତି। ଦୋଳବେଦୀ କୋଣ ଅସ୍ଥାୟୀ କମାର ଶାଳରେ ତିନି ରଥର ୧୦ଟି ଲେଖାଏଁ ଚକ ପାଇଁ ଅର କଣ୍ଟା ନିର୍ମାଣ ଶେଷ ହୋଇଛି। ବାକି ଚକଗୁଡ଼ିକ ପାଇଁ ଅର କଣ୍ଟା ନିର୍ମାଣ ସହ ତୁମ୍ବ ପାଇଁ ପନ୍ଦାରି ବଳା, ତୁମ୍ବ ବାହ୍ୟ ବଳା ଏବଂ ପନ୍ଦାରି ଚାବି ନିର୍ମାଣ କରାଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories