www.samajalive.in
Sunday, December 7, 2025
13.1 C
Bhubaneswar

ଶରଧାବାଲିରେ ଗଡ଼ିଲା ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ; ରଥକୁ ଟାଣିଟାଣି ନେଉଛନ୍ତି ଭକ୍ତ

ପୁରୀ: ଶରଧାବାଲିରେ ଗଡ଼ିଲା ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ନବଦିନାତ୍ମକ ଯାତ୍ରା ସାରି ଆଜି ଜନ୍ମବେଦୀରୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି  । ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବା ପରେ ପ୍ରଥମେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଛେରାପହଁରା କରିଥିଲେ ଗଜପତି ମହାରାଜା । ଛେରା ପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇ ରଥରେ ଦଉଡି ସଂଯୋଗ କରାଯାଇଥିଲା । ପରେ ପରେ ଶରଧାବାଲିରେ ବଳଭଦ୍ରଙ୍କ ରଥକୁ ଭକ୍ତ ମାନେ ଟାଣି ନେଉଛନ୍ତି ।

ରଥ ଟାଣିବା ସମୟରେ ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ଶରଧାବାଲି ।  ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍‌ ଖୁସି ଦେଖିବାକୁ ମିଳିଛି । ଭୋର ୪ଟାରୁ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ​‌ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ  । ପରେ ପରେ ଭଉଣୀ ସୁଭଦ୍ରା ଦର୍ପଦଳନରେ ବିଜେ କରିଥିବା ବେଳେ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଥିଲେ ।

- Advertisement -

ରଥରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଗଜପତି ମହାରାଜ ଛେରା ପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଛି । ଏହାପରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ଆରମ୍ଭ ହେବ । ଶେଷରେ ଗଡ଼ିବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେଉଥିବାରୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବଡ଼ ଦାଣ୍ଡରେ ଭକ୍ତଙ୍କ ଉପରେ ପାଣି ଛିଞ୍ଚାଯିବା ସହ ସୁରକ୍ଷା ପାଇଁ ଆମ୍ବୁଲାନ୍ସ ଓ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories