www.samajalive.in
Saturday, December 6, 2025
26.1 C
Bhubaneswar

ବଡ଼ଦାଣ୍ଡରେ ଗଡ଼ିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ; ବଡ଼ ଭାଇଙ୍କ ପଛେପଛେ ଆସୁଛନ୍ତି ସାନ ଭଉଣୀ

ପୁରୀ: ବଡ଼ ଦାଣ୍ଡରେ ଗଡ଼ିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ । ପ୍ରଥମେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା ପରେ ଭଉଣୀ ସୁଭଦ୍ରାଙ୍କ ରଥକୁ ଭକ୍ତ ମାନେ ଟାଣିନେଇଛନ୍ତି ।    ନବଦିନାତ୍ମକ ଯାତ୍ରା ସାରି ଆଜି ଜନ୍ମବେଦୀରୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି  । ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବା ପରେ ପ୍ରଥମେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଛେରାପହଁରା କରିଥିଲେ ଗଜପତି ମହାରାଜା ।

ଛେରା ପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇ ରଥ ଦଉଡି ସଂଯୋଗ କରାଯାଇଥିଲା । ପରେ ପରେ ଶରଧାବାଲିରେ ବଳଭଦ୍ରଙ୍କ ରଥକୁ ଭକ୍ତ ମାନେ ଟାଣି ନେଇଛନ୍ତି । ବଳଭଦ୍ରଙ୍କ ରଥ କିଛି ବାଟ ଯିବା ପରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିଛି ।

- Advertisement -

ରଥ ଟାଣିବା ସମୟରେ ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ଶରଧାବାଲି ।  ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍‌ ଖୁସି ଦେଖିବାକୁ ମିଳିଛି । ଭୋର ୪ଟାରୁ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ​‌ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ  ।

ପରେ ପରେ ଭଉଣୀ ସୁଭଦ୍ରା ଦର୍ପଦଳନରେ ବିଜେ କରିଥିବା ବେଳେ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଥିଲେ । ରଥରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଗଜପତି ମହାରାଜ ଛେରା ପହଁରା କରିବା ପରେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ଆରମ୍ଭ ହୋଇଛି । ଶେଷରେ ଗଡ଼ିବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ।

୨ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେଉଥିବାରୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବଡ଼ ଦାଣ୍ଡରେ ଭକ୍ତଙ୍କ ଉପରେ ପାଣି ଛିଞ୍ଚାଯିବା ସହ ସୁରକ୍ଷା ପାଇଁ ଆମ୍ବୁଲାନ୍ସ ଓ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories