www.samajalive.in
Saturday, December 6, 2025
23.1 C
Bhubaneswar

ବଡ଼ଦାଣ୍ଡରେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ; ଭାଇ-ଭଉଣୀଙ୍କ ପଛରେ ଆସୁଛନ୍ତି କାଳିଆ

ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ପ୍ରଥମେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ପରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଶେଷରେ ନନ୍ଦିଘୋଷ ରଥକୁ ଟାଣି ନେଇଛନ୍ତି ଭକ୍ତ । ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବା ପରେ ପ୍ରଥମେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଛେରାପହଁରା କରିଥିଲେ ଗଜପତି ମହାରାଜା । ଏହା ପରେ ଦର୍ପଦଳନ ଓ ନନ୍ଦିଘୋଷର ରଥରେ ଛେରାପହଁରା କରିଥିଲେ ରାଜା ।

ସମସ୍ତ ରଥରେ ରାଜା ଛେରା ପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇ ରଥ ଦଉଡି ସଂଯୋଗ କରାଯାଇଥିଲା । ପ୍ରଥମେ ଶରଧାବାଲିରେ ବଳଭଦ୍ରଙ୍କ ରଥକୁ ଭକ୍ତ ମାନେ ଟାଣି ନେଇଥିଲେ । ବଳଭଦ୍ରଙ୍କ ରଥ କିଛି ବାଟ ଯିବା ପରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିଛି । ଶେଷରେ ଏବେ ଜଗନ୍ନାଥଙ୍କ ରଥକୁ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ ।

- Advertisement -

ରଥ ଟାଣିବା ସମୟରେ ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ଶରଧାବାଲି ।  ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍‌ ଖୁସି ଦେଖିବାକୁ ମିଳିଛି । ଭୋର ୪ଟାରୁ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ​‌ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ  ।

ପରେ ପରେ ଭଉଣୀ ସୁଭଦ୍ରା ଦର୍ପଦଳନରେ ବିଜେ କରିଥିବା ବେଳେ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଥିଲେ । ରଥରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଗଜପତି ମହାରାଜ ଛେରା ପହଁରା କରିବା ପରେ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ଆରମ୍ଭ ହୋଇଥିଲା । ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବଡ଼ଦାଣ୍ଡରେ ଗଡ଼ିଛି ।

୨ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେଉଥିବାରୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବଡ଼ ଦାଣ୍ଡରେ ଭକ୍ତଙ୍କ ଉପରେ ପାଣି ଛିଞ୍ଚାଯିବା ସହ ସୁରକ୍ଷା ପାଇଁ ଆମ୍ବୁଲାନ୍ସ ଓ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories