www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ବିରଳ ଘୋଷଯାତ୍ରା: ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ବଡ ଠାକୁରଙ୍କ ମାନବୀୟ ଲୀଳା ଦେଖିବେ ସାରା ବିଶ୍ଵ ବ୍ରହ୍ମାଣ୍ଡ। ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତ୍ତି । ପୁଣିଥରେ ବର୍ଷକ ପରେ ବଡଦାଣ୍ଡରେ ଭକ୍ତ ଏବଂ ଭଗବାନଙ୍କର ମିଳନ ହେବ। ଏଥିପାଇଁ ବଡଠାକୁରଙ୍କ ଆସିବା ବାଟକୁ ଲକ୍ଷ ଲକ୍ଷ ଭକ୍ତ ଅନାଇ ବସିଛନ୍ତି। ଆଜିଠୁ ବଡଦାଣ୍ଡ ଲୋକାରଣ୍ୟ ହୋଇଛି। ୫୩ ବର୍ଷ ପରେ ଚଳିତବର୍ଷ ବିରଳ ରଥଯାତ୍ରା ଦେଖିବାକୁ ଯାଉଛନ୍ତି ଭକ୍ତ। ୧୫ଦିନ ଅଣସର ବଦଳରେ ୧୩ ଦିନ ଅଣସର ନୀତି ରହିଛି। ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ଦୁଇ ଦିନ ଧରି ଭକ୍ତମାନେ ମହାପ୍ରଭୁଙ୍କର ରଥଯାତ୍ରା ଦେଖିବେ। ଆଜି ଅପରାହ୍ନ ୧ଟାରେ ତିନି ଠାକୁରଙ୍କ ପହଣ୍ଡି ଆରମ୍ଭ ହେବ। ପହଣ୍ଡି ଶେଷ ହେବା ପରେ ଗଜପତି ମହାରାଜାଙ୍କ ଛେରାପହଁରା ନୀତି ସମ୍ପନ୍ନ ହେବ । ଏହାପରେ ଅପରାହ୍ନ ୫ଟାରୁ ରଥ ଟଣା ଆରମ୍ଭ ହେବ। ବିଶ୍ଵର କୋଣ ଅନୁକୋଣରୁ ଆଜି ଳକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ତେଣୁ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories