ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ : ମୁଖ୍ୟ ପ୍ରଶାସକଙ୍କ ସମେତ ୪ ଜଣଙ୍କୁ ଉଚ୍ଚନ୍ୟାୟାଳୟଙ୍କ ନୋଟିସ
ପୁରୀ : ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଜବାବ ରଖିବା ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ମୁଖ୍ୟ ପ୍ରଶାସକ, ଏଏସ୍ଆଇ ଡିଜି ଓ ଏଏସ୍ଆଇ ଅଧୀକ୍ଷକଙ୍କୁ ନୋଟିସ କରିଛନ୍ତି ଉଚ୍ଚନ୍ୟାୟାଳୟ। ସୂଚନା ଅନୁସାରେ, ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆଧାରରେ ଏହି ନୋଟିସ ଜାରି କରାଯାଇଛି । ଅଗଷ୍ଟ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆଜି ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଥିଲା। ରତ୍ନ ଭଣ୍ଡାର ଖୋଲିବା, ତା’ର ମରାମତି କରିବା ଓ ଅଳଙ୍କାର ଗଣତି ପାଇଁ ପିଟିସନ ଦାଖଲ କରିଥିଲେ ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି। ଏଥିରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହସଚିବ, ପୁରୀ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲାପାଳ, ଏଏସ୍ଆଇ, ସିବିଆଇ ନିର୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।
Comments are closed.