www.samajalive.in
Saturday, December 6, 2025
15.1 C
Bhubaneswar

ଅଁଳା ନବମୀ : ସାକ୍ଷୀଗୋପାଳ ମନ୍ଦିରରେ ରାଧାଙ୍କ ଓଡିଆଣୀ ବେଶ ଓ ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ଆଜି ପବିତ୍ର ଅଁଳା ନବମୀ।  ପୁରୀ ସାକ୍ଷୀଗୋପାଳଜୀଉ ମନ୍ଦିରରେ ରାଧାରାଣୀଙ୍କ ଓଡିଆଣୀ ବେଶ ସାଙ୍ଗକୁ ପାଦ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି। ବର୍ଷକରେ ଦିନଟିଏ ରାଧାରାଣୀଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାକୁ ଓଡିଶାର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କର ଭିଡ ଜମେ।  ଶୃଙ୍ଖଳିତ ଦର୍ଶନ ପାଇଁ ପୁଲିସ ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତଙ୍କ ଭିଡକୁ ଆଖି ଆଗରେ ରଖି ମନ୍ଦିର ଭିତରକୁ ପ୍ରବେଶ କରିବାକୁ ବ୍ୟାରିକେଟ୍ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ଵରେ ପ୍ରାୟ ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।  ସେପଟେ ଠାକୁରଙ୍କ ସଅଁଳ ନୀତିକାନ୍ତି ସହ ଶୀଘ୍ର ବେଶ  ସାରିବାକୁ ସେବାୟତଙ୍କୁ ପ୍ରଶାସନ ନିବେଦନ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories