www.samajalive.in
Thursday, December 11, 2025
15.1 C
Bhubaneswar

ସୋମବାରଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ

ପୁରୀ : ଆସନ୍ତା ସୋମବାରଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସେବାୟତ ଓ କର୍ମଚାରୀ କୋଭିଡ୍‍ ଆକ୍ରାନ୍ତ ହେବା ପରେ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୧୦ରୁ ୩୧ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ ରହିବ ​ବୋଲି ଜିଲ୍ଲାପାଳ  ସମର୍ଥ ବର୍ମା ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିରର କେତେକ ସେବାୟତ ଓ କର୍ମଚାରୀ କୋଭିଡ୍‍ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେଣୁ ଶ୍ରୀଜୀଉଙ୍କ ସେବାପୂଜା ଓ ନୀତିକାନ୍ତିରେ ଯେପରି କୌଣସି ବାଧା ନ ଉପୁଜିବ ସେଥିଲାଗି ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସଂଧ୍ୟାରେ ଛତିଶା ନିଯୋଗର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଜିଲ୍ଲାପାଳ  ସମର୍ଥ ବର୍ମା ଦର୍ଶନ ବନ୍ଦ ନେଇ ସୂଚନା ଦେଇଛନ୍ତି । ବିଶୋଧନ ପାଇଁ ଶ୍ରୀମନ୍ଦିର ରବିବାର ବନ୍ଦ ରହୁଥିବା ବେଳେ ସୋମବାରଠାରୁ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ।

- Advertisement -

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories