www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଚିତାଲାଗି: ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁରୁତ୍ବପୂର୍ଣ୍ଣ ପାଇଁ ପ୍ରଥମ ଭୋଗ ମଣ୍ଡପ ଶେଷ‌ ହେବା ପରେ ଶ୍ରୀମନ୍ଦିର ଅପରାହ୍ଣ ୨.୩୦ରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସୂଚନା ମୁତାବକ, ଶ୍ରାବଣ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କର ଚିତାଲାଗି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ଯୋଗୁ ଶ୍ରୀମନ୍ଦିରର ସମସ୍ତ ଦ୍ବାର ବନ୍ଦ କରାଯାଇ ପ୍ରାୟ ୪ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ଚିତାଲାଗି ନୀତିରେ ଶ୍ରୀବିଗ୍ରହଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି କରାଯିବ। ଠାକୁରଙ୍କ ଏହି ସ୍ବତନ୍ତ୍ର ନୀତିକାନ୍ତି ପାଇଁ ଶ୍ରୀମନ୍ଦିର ଅପରାହ୍ନ ୨.୩୦ରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories