www.samajalive.in
Saturday, December 6, 2025
16.1 C
Bhubaneswar

ଏଥର ସ୍ନାନଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ: ଆଗକୁ ଆସୁଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସ୍ନାନଯାତ୍ରା । ଏନେଇ ଛତିଶା ନିଯୋଗ ବୈଠକରେ ଆଲୋଚନା କରାଯାଇଛି । ଗତ ଦୁଇ ବର୍ଷ ହେଲା ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଭକ୍ତଙ୍କ ସାମାଗମକୁ ବାରଣ କରାଯାଇଥିବା ବେଳେ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ସ୍ନାନଯାତ୍ରା କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆଲୋଚନାରେ କୁହାଯାଇଛି ଭକ୍ତମାନେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହୋଇପାରିବେ । ହେଲେ ସ୍ନାନମଣ୍ଡପର ତଳେ ଛିଡ଼ା ହୋଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।  ତାହାଛଡ଼ା ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟସ୍ନାନ ପରେ ହାତୀବେଶରେ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବାକୁ ପ୍ରସ୍ତାବ ଦିଆଯାଇଛି । ହାତୀବେଶ ଦେଖିବାକୁ ମଣ୍ଡପକୁ ଭକ୍ତଙ୍କୁ ୨ରୁ ୩ଘଣ୍ଟା ଛଡ଼ାଯିବାକୁ ଛତିଶା ନିଯୋଗ ପ୍ରସ୍ତାବ ଦିଇଥିବା ସୂଚନାମିଳିଛି । ଏନେଇ ଗଣମାଧ୍ୟମକୁ ଛତିଶା ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ସୂଚନା ଦେଇଛନ୍ତି।

Hot this week

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

Related Articles

Popular Categories