www.samajalive.in
Thursday, December 11, 2025
13.1 C
Bhubaneswar

ପୁରୀରେ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜ ଉଦ୍‌ଘାଟିତ

ଭୁବନେଶ୍ବର: ପୁରୀରେ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜ ଓ ହସପିଟାଲ ଉଦ୍‌ଘାଟିତ ହୋଇଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜ ଓ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ପୁରୀବାସୀଙ୍କର ଦୀର୍ଘଦିନର ସ୍ବପ୍ନ ସତ ହେଲା ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।
ଭର୍ଚୁଆଲରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଯୋଗଦେଇଥିଲେ। ଏହି ଅବସରରେ ନୂତନ ଭାବେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କ ସହ କଥା ହୋଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାଣ୍ଡଭୀୟ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କହିଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ସେବା ଅଧିକ ସୁଦୃଢ଼ ପାଇଁ ଆୟୁଷ୍ମାନ ଭାରତ ଲାଗୁ ଉଚିତ ବୋଲି ସେ ପ୍ରକାଶ କରିଥିଲେ।

- Advertisement -

ପ୍ରଥମ ବ୍ୟାଚରେ ମେଡିକାଲ କଲେଜର କ୍ଷମତା ଅନୁଯାୟୀ ୭୦ ଛାତ୍ର ଓ ୩୦ ଛାତ୍ରୀଙ୍କୁ ମିଶାଇ ମୋଟ ୧୦୦ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜ ଆଣ୍ଡ ହସପିଟାଲରେ ୧୫୦ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ବିଶେଷଜ୍ଞଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି। କଲେଜରେ ୪୫୦ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ପାଇଁ ୫ତାଲା ବିଶିଷ୍ଟ ହଷ୍ଟେଲ ବ୍ୟବସ୍ଥା ହୋଇଛି । କଲେର ନୂଆ କୋଠା ନିକଟରେ ୬୫୦ ଶଯ୍ୟା ବିଶିଷ୍ଟ ମେଲିକାଲ କଲେଜ ଓ ଡାକ୍ତରଖାନା ନିର୍ମାଣ କରାଯାଉଛି। ପୁରୀ କୋଣାର୍କ ବେଳାଭୂମି ମାର୍ଗ ନିକଟସ୍ଥ ସମଗରା ମୌଜାରେ ନିର୍ମାଣ ହୋଇଛି ମେଡ଼ିକାଲ୍‌ କଲେଜ। ଏହି ମେଡ଼ିକାଲ୍‌ କଲେଜରେ ଏମ୍‌ବିବିଏସ୍‌ ପାଠପଢ଼ା ଓ ସ୍ଥାନୀୟ ଅଞ୍ଚଳରୁ ଲୋକଙ୍କୁ ଉନ୍ନତ ଚିକିତ୍ସା ସେବା ପ୍ରଦାନ କରାଯିବା ନେଇ ସରକାରୀ ସ୍ତରରେ ପଦକ୍ଷେପ ଗ୍ରହଣ କରାଯାଇଛି।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories