www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀମନ୍ଦିର ଭିତରେ ରକ୍ତ ଛିଟା, ନୀତି ବିଳମ୍ବ

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବେଶ ସମୟରେ ରକ୍ତ ଛିଟା ଦେଖିବାକୁ ମିଳିଛି। ଅବକାଶ ପୂଜା ପରେ ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିଥିବା ଦେଖିବାକୁ ମିଳିଥିବା ଜଣାପଡ଼ିଛି। ରକ୍ତ ଛିଟା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ମହାସ୍ନାନ ଯୋଗୁ ଘଣ୍ଟାଏରୁ ଊର୍ଦ୍ଧ ସମୟ ଧରି ନୀତି ବିଳମ୍ବ ହୋଇଛି। ଫଳରେ ଘଣ୍ଟାଏରୁ ଅଧିକ ସମୟ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ତେଣୁ ଟାଉନ ଥାନାଠାରୁ ପ୍ରାୟ ଦେଢ଼ କିଲୋମିଟର ପର୍ଯ୍ୟନ୍ତ ଭକ୍ତଙ୍କ ଲାଗିଛି ଲମ୍ବା ଧାଡ଼ି। ପ୍ରବଳ ଖରାରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଧାଡ଼ିରେ ଠିଆ ହୋଇଛନ୍ତି। ବଡ଼ଦାଣ୍ଡରେ ଭକ୍ତଙ୍କ ଭିଡ଼ ଜମିଥିବା ଦେଖବାକୁ ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories