www.samajalive.in
Saturday, December 6, 2025
14.1 C
Bhubaneswar

ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ମହାପ୍ରଭୁ: ବୁଧବାର ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା

ଭୁବନେଶ୍ବର : ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି। ଶ୍ରୀ ହରିଶୟନ ଏକାଦଶୀ ତିଥିରେ ବୁଧବାର ରଥ ଉପରେ ଦାରୁ ବ୍ରହ୍ମଙ୍କୁ ସୁନାବେଶ କରାଯିବ। ମହଣ ମହଣ ସୁନାରେ ଆଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଅପରାହ୍ନ ୫ଟାରେ ସୁନାବେଶ ଆରମ୍ଭ ହୋଇ ୬ଟା ୩୦ ସୁଦ୍ଧା ଶେଷ ହେବ। ୧୦ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରିବେ । ସେପଟେ ସୁନାବେଶ ଓ ଅଧରପଣା ଉପଲକ୍ଷେ ସ୍ୱତନ୍ତ୍ର ଟ୍ରେନ୍ ବ୍ୟବସ୍ଥା କରାଯାଇଛି। ପୁରୀକୁ ନିୟମିତ ଟ୍ରେନ୍ ବ୍ୟତୀତ, ସୁନାବେଶ ପାଇଁ ୪୩ଟି ସ୍ୱତନ୍ତ୍ର ଟ୍ରେନ୍ ଏବଂ ଅଧରପଣା ପାଇଁ ୩୩ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯାଉଛି। ପ୍ରଥମ ଥର ପାଇଁ ପୂର୍ବତଟ ରେଳପଥ ରାଜ୍ୟର ପ୍ରାୟ ସମସ୍ତ ଜିଲାରୁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରି ଯାତ୍ରୀମାନଙ୍କୁ ତୀର୍ଥସ୍ଥାନ ପରିଦର୍ଶନ କରାଇବାରେ ସୁବିଧା ପ୍ରଦାନ କରିଛି। ପୂର୍ବତଟ ରେଳପଥ ରଥ ଯାତ୍ରା ପାଇଁ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ଘୋଷଣା କରିଥିଲା। ୫ରୁ ୧୫ ଜୁଲାଇ ମଧ୍ୟରେ ପୂର୍ବତଟ ରେଳପଥ ପୁରୀକୁ ଓ ପୁରୀଠାରୁ ଗୁଣ୍ଡିଚା ଯାତ୍ରାଠାରୁ ବାହୁଡା ଯାତ୍ରା ମଧ୍ୟରେ ୨୩୯ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇ ସାରିଛି। ସୁନାବେଶ ପାଇଁ ପୂର୍ବତଟ ରେଳପଥ ପାରାଦ୍ବୀପ, ଅନୁଗୋଳ, ଭଦ୍ରକ, ଜୁନାଗଡ଼ ରୋଡ୍, ଖୋର୍ଦ୍ଧା ରୋଡ୍, ଦଶପଲ୍ଲା, ସୋମପେଟା, ପଲାସା, କେନ୍ଦୁଝରଗଡ, ଗୁଣୁପୁର, ଜଗଦଲପୁର, ସୋନପୁର, ସମ୍ବଲପୁରରୁ ସ୍ୱତନ୍ତ୍ର ଟ୍ରେନ ଗୁଡିକ ପୁରୀକୁ ଚଳାଚଳ କରିବ। ସେହିଭଳି ପାରାଦ୍ବୀପ, ଅନୁଗୋଳ, ଭଦ୍ରକ, ଦଶପଲ୍ଲା, ପଲାସା, କେନ୍ଦୁଝରଗଡ ଏବଂ ଖୋର୍ଦ୍ଧା ରୋଡରୁ ଟ୍ରେନ୍ ଗୁଡିକ ଅଧରପଣା ପାଇଁ ପୁରୀ ଅଭିମୁଖେ ଯାତ୍ରା କରିବ। ଯାତ୍ରୀମାନଙ୍କର ଅତିରିକ୍ତ ଭିଡ ଦୂର କରିବା ପାଇଁ ପୂର୍ବତଟ ରେଳପଥ ଭଦ୍ରକ, ପାରାଦ୍ବୀପ, ଅନୁଗୋଳ, ପଲାସା, କେନ୍ଦୁଝରଗଡ଼, ଦଶପଲ୍ଲା, ବ୍ରହ୍ମପୁରକୁ ପୁରୀଠାରୁ ଓ ତା’ପରଦିନ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories