www.samajalive.in
Saturday, December 13, 2025
27.1 C
Bhubaneswar

ବ୍ୟାରିକେଡ ଭାଙ୍ଗି ଶ୍ରୀମନ୍ଦିରକୁ ଧସେଇ ପଶିଲେ ଭକ୍ତ

ପୁରୀ : ପବିତ୍ର ଦୋଳ ପୁର୍ଣ୍ଣିମା ଅବସରରେ ଶୁକ୍ରବାର ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭକ୍ତମାନେ ବ୍ୟାରିକେଡ ଭାଙ୍ଗି ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସୁନା ବେଶ ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଲମ୍ବା ଧାଡିରେ ଘଣ୍ଟା ଘଣ୍ଟା ଧରି ପ୍ରଚଣ୍ଡ ଖରାରେ ବଡ଼ଦାଣ୍ଡରେ ଅପେକ୍ଷା କରିବା ପରେ ଭକ୍ତମାନେ ବ୍ୟାରିକେଡ ଭାଙ୍ଗି ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି । କିଛି ସମୟ ଧରି ଭକ୍ତ, ସେବାୟତ ଓ ପୁଲିସଙ୍କ ମଧ୍ୟ​ରେ ଧସ୍ତାଧସ୍ତି ଓ ପେଲାଠେଲା ଲାଗିଥିଲା। ଫଳରେ ବଡ଼ ଦାଣ୍ଡରେ ଦଳାଚକଡା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଶେଷରେ ଭକ୍ତମାନେ ଶ୍ରୀମନ୍ଦିରକୁ ଧସେଇ ପଶିଥିଲେ। ତେବେ ଏଥିରେ କେତେଜଣ ମହିଳା ତଳେ ପଡିଯାଇ ଆହତ ହୋଇଥିବା କୁହାଯାଉଛି।

ତେବେ ପରେ ପୁଲିସ ଉପସ୍ଥିତିରେ ସ୍ଥିତି ନିୟନ୍ତ୍ରଣ ହେବା ସହ ଭକ୍ତମାନଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories