www.samajalive.in
Monday, December 15, 2025
26.1 C
Bhubaneswar

ଶେଷଯାତ୍ରାରେ ଦେବେନ୍ଦ୍ର: ଆଜି ପୁରୀ ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ

ପୁରୀ: ଆଜି ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ।  ପୁରୀ ସ୍ଵର୍ଗଦ୍ଵାରରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ସକାଳୁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ତାଙ୍କର ପାର୍ଥିବ ଶରୀରକୁ ନିଆଯାଇଛି। ଶେଷଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମାିଲ ହେବେ। ଗତକାଲି ନୂଆଦିଲ୍ଲୀରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ମୃତ୍ୟୁ ହୋଇଥିଲା।  ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଗତକିଛି ଦିନ ଧରି ଚିକିତ୍ସିତ ହେଉଥିଲେ। ସାନପୁଅ ଧର୍ମେନ୍ଦ୍ରଙ୍କ ସ୍ଥାନୀୟ ୧୯ କୁଶକ ଲେନ୍‌ସ୍ଥିତ ସରକାରୀ ବାସଭବନରେ ସକାଳ ୧୦ଟା ୦୪ରେ ତାଙ୍କର ପରଲୋକ ଘଟିଥିଲା। ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବାଚସ୍ପତି ଓମ୍‌ ବିର୍ଲା, ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶେଷଦର୍ଶନ କରି ଦିବଙ୍ଗତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଶ୍ରୀ ଶାହାଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ଶାସକ ଓ ବିରୋଧୀ ଦଳର ବହୁନେତାଗଣ ଗଭୀର ଶୋକପ୍ରକାଶ କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories