www.samajalive.in
Saturday, December 6, 2025
16.1 C
Bhubaneswar

୨୦ରୁ ଧାଡି ଦର୍ଶନ, ଆଉ ପରୀକ୍ଷା ମୂଳକ ନୁହେଁ ସିଧାସଳଖ କାର୍ଯ୍ୟକାରୀ: ମନ୍ତ୍ରୀ

ପୁରୀ: ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ। ଏଥିଲାଗି ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଭକ୍ତ ମାନେ କିଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ , ସେ ନେଇ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ଆଉ ପରୀକ୍ଷା ମୂଳକ ନୁହେଁ , ସିଧାସଳଖ କାର୍ଯ୍ୟକାରୀ ହେବ। ଆହୁରି ମଧ୍ୟ ସେ କହିଛନ୍ତି ମାର୍ଚ୍ଚ ମାସ ପୂର୍ବରୁ ରତ୍ନଭଣ୍ଡାର ମରାମତି କାମ ସରିବ। ମରାମତି କାମ ଶେଷ ହେବା ପରେ ଗଣତି ମଣତି ଆରମ୍ଭ ହେବ। ଏଏସଆଇ ୩ ମାସ ସମୟ ମାଗିଥିଲା। ଯଥେଷ୍ଟ ପୂର୍ବରୁ କାମ ସାରିବାକୁ ଚେଷ୍ଟା କରାଯାଉଛି। ମକର ନୀତିକାନ୍ତି ପାଇଁ ଏବେ ମରାମତି କାମ ବନ୍ଦ ରହିଛି । ୧୭ ତାରିଖରୁ ପୁର୍ନବାର କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories