www.samajalive.in
Sunday, December 7, 2025
16.1 C
Bhubaneswar

ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ବାର୍ତ୍ତା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଧମକପୂର୍ଣ୍ଣ ପୋଷ୍ଚର।  ଶ୍ରୀମନ୍ଦିର ପରିକ୍ରମା ମାର୍ଗ ବାଲି ସାହି ପ୍ରବେଶ ପଥର ବାଲି ସାହି ପ୍ରବେଶ ପଥ ଠିକ୍ ଡାହାଣ ପଟେ ଥିବା ବୁଢ଼ୀ ମା ଠାକୁରାଣୀଙ୍କ କାନ୍ଥରେ କେହି ଦୁର୍ବୃତ୍ତ ଏଭଳି ଧମକପୂର୍ଣ୍ଣ ଲେଖା ଲେଖିଛି । ଆତଙ୍କବାଦୀ ମନ୍ଦିର ଭଙ୍ଗିବେ ବୋଲି ଏହି ଲେଖାରେ ଉଲ୍ଲେଖ ରହିଛି ।  ଦୁଇଟି ସ୍ଥାନରେ କଡା ଚେତାବନୀ ଦେଇ ହାତରେ କେହି ଲେଖିଥିବା ନଜରକୁ ଆସିଛି ।  ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି । ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି  । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ମଧ୍ୟ ଲେଖାଯାଇଛି  । ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ତେବେ କିଏ ଓ କାହିଁକି କରିଛି ତାହା ଜଣାପଡ଼ିନାହିଁ  । ତେବେ ଏତେ ମାତ୍ରାରେ କଡା ସୁରକ୍ଷା ବ୍ୟବସ୍ଥା ସତ୍ବେ ଆତଙ୍କବାଦୀଙ୍କ ନାଁ ନେଇ ଏପରି କିଏ ଲେଖିଲା ? ତା’କୁ ନେଇ  ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories