www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି: ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ  : ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉଙ୍କ ବାମନ ବେଶ ଅନୁଷ୍ଠିତ ହେବ। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀକ୍ଷେତ୍ରରେ ଏହି ପର୍ବ ପାଳନ କରାଯାଏ। ଶ୍ରୀମନ୍ଦିରରେ ଗୁରୁତ୍ବପୂର୍ଣ୍ଣ ନୀତି ପାଇଁ ଆଜି ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି। ପୌରାଣିକ କଥାନୁଯାୟୀ, ଏହି ଦିନ ଭଗବାନ ବିଷ୍ଣୁ ନିଜର ୫ମ ଅବତାର ନେଇ ଧରାପୃଷ୍ଠରେ ଅବତରଣ କରିଥିଲେ। ମନ୍ଦିରରେ ଜନ୍ମୋତ୍ସବ ନୀତି ଓ ଦ୍ୱିପ୍ରହର ଧୂପ ଶେଷ ହେବା ପରେ ଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶ କରାଯାଇଥାଏ। ତାଙ୍କ ସାଙ୍ଗରେ ଭଉଣୀ ସୁଭଦ୍ରା ଓ ବଡ଼ ଭାଇ ବଳଭଦ୍ର ସଜ୍ଜିତ ହୋଇଥାନ୍ତି। ଭାଇ ଭଉଣୀ ଯଥାକ୍ରମେ ରାଜବେଶ ଓ ସାଧାରଣ
ବେଶରେ ଦର୍ଶନ ଦିଅନ୍ତି। ମଧ୍ୟାହ୍ନ ଧୂପ ଛେକ ଆସିବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories