www.samajalive.in
Monday, December 15, 2025
14.1 C
Bhubaneswar

ଗତ ୩ ବର୍ଷ ଭିତରେ ମହାପ୍ରଭୁଙ୍କ ନାମକୁ ଆସିନି ଗୋଟେ ହେଲେ ବି ଜମି

ପୁରୀ: ରାଜ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ମୋଟ ୬୦,୪୨୬.୯୪୩ ଏକର ଜମି ଚିହ୍ନଟ ହୋଇଛି । ଏହା ଭିତରୁ ୩୮,୦୬୧.୮୯୨ ଏକର ଜମି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ରେକର୍ଡ ହୋଇଛି । ଅନ୍ୟ ୬ ରାଜ୍ୟରେ ମହାପ୍ରଭୁଙ୍କ ନାଁରେ ୩୯୫.୨୫୨ ଏକର ଜମି ରହିଛି ବୋଲି ଆଜି ବିଧାନସଭା ଅଧିବେଶନରେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଲିଖିତ ପ୍ରଶ୍ନର ଉତ୍ତର ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ମନ୍ତ୍ରୀ କହିଛନ୍ତି ୨୦୨୨ ମସିହାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ରେକର୍ଡ଼ ଜମିର ପରିମାଣ ଯେତିକି ଥିଲା, ୨୦୨୫ରେ ବି ସେତିକି ଅଛି । ୩ ବର୍ଷ ଭିତରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମକୁ ଗୋଟେବି ଜମି ଆସିନି। ମହାପ୍ରଭୁଙ୍କ ନାମରେ ଜମି ରେକର୍ଡ ପରେ ଏଠାରେ ଥିବା ଜବରଦଖଲ ହଟାଇବା ନିମନ୍ତେ ଶ୍ରୀଜଗନ୍ନାଥ ଟେମ୍ପୁଲ ଆକ୍ଟ ୧୯୫୫ର ୧୬-ଏ(୧) ଅନୁଯାୟୀ ମାମଲା କରାଯାଉଛି । ଓଡ଼ିଶା ପ୍ରିଭେନସନ ଅଫ୍ ଲ୍ୟାଣ୍ଡ ଏନ୍‌କ୍ଲୋଚମେଣ୍ଟ ଆକ୍ଟ-୧୯୭୨ ଅନୁଯାୟୀ ଜବରଦଖଲ ହଟାଇବାକୁ ପଦକ୍ଷେପ ନିଆଯାଉଛି । ଏହାସତ୍ତ୍ବେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଚିହ୍ନଟ ଜମିକୁ ମହାପ୍ରଭୁଙ୍କ ନାଁରେ ରେକର୍ଡ ହୋଇପାରୁନାହିଁ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories