www.samajalive.in
Saturday, December 6, 2025
26.1 C
Bhubaneswar

ସିଂହଦ୍ୱାର ସମ୍ମୁଖରେ ମହିଳାଙ୍କ ମୃତଦେହ ଜବତ

ପୁରୀ: ଶ୍ରୀମନ୍ଦିର ଐତିହ୍ୟ କରିଡର ଲୋକାର୍ପଣ ଉତ୍ସବରେ ଘଟିଛି ଅଘଟଣ । ବୁଧବାର ସିଂହଦ୍ୱାର ସମ୍ମୁଖରୁ ଜଣେ ମହିଳା ଶ୍ରଦ୍ଧାଳୁଙ୍କ ମୃତଦେହ ପୁଲିସ ଜବତ କରିଛି । ମୃତ ମହିଳାଙ୍କ ପରିଚୟ ମିଳିନାହିଁ । ପରିକ୍ରମା ପ୍ରକଳ୍ପ ଉତ୍ସବ ଦିନ ମହାପ୍ରଭୁଙ୍କ ଦର୍ଶନ ସାରି ଫେରିଲା ବେଳେ ସିଂହଦ୍ୱାର ନିକଟରେ ମହିଳା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ । ପରେ ଅଚେତ ହୋଇପଡି ରହିଥିବା ବ୍ରହ୍ମପୁର ବୋରିଗାଁ ଅଂଚଳର ଜଣେ ଶ୍ରଦ୍ଧାଳୁ ଶ୍ରୀକାନ୍ତୁ ସାହୁ ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମେଡିକାଲ ଫାଣ୍ଡି ପୁଲିସ ଘଟଣା ସମ୍ପର୍କରେ ସିଂହଦ୍ୱାର ଥାନାକୁ ଅବଗତ କରିବା ପରେ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଏଥିସହିତ ଭିଡ଼ ମଧ୍ୟରେ ଠେଲାପେଲାରେ ଜଣେ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ତାଙ୍କୁ ଆମ୍ବୁଲାନ୍ସ ଯୋଗେ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ ମହିଳା ଜଣକ ଛତିଶଗଡର ସୁକଲତା ବାରିକ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories