ପୁରୀ : ଆଜି(ସୋମବାର) ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଖସାପଡ଼ା ନୀତି ଶେଷ ହେବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ପରମ୍ପରା ଅନୁଯାୟୀ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ।
Popular Categories



