ପୁରୀ: ଶ୍ରାବଣ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି।
Popular Categories



