www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ଲଗାଇଲା ପୁରୀ ପୁଲିସ୍, ମୋବାଇଲ୍‌ ଫୋନ୍ ବି ନିଷେଧ

ପୁରୀ : ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ପରେ ପୁରୀ ପୁଲିସ୍ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।  ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର  ମାରିଛି ପୁରୀ ପୁଲିସ୍। ଏପରିକି ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ କରାଯାଇଛି। ନିୟମ ଉଲଂଘନକାରୀଙ୍କୁ ଦଣ୍ଡିତ କରାଯିବା ନେଇ ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ସୂଚନା ମୂତାବକ ଜାନୁଆରୀ ୧୯ ତାରିଖରେ ଶ୍ରୀମନ୍ଦିରର ଗର୍ଭଗୃହର ସମ୍ବେଦନଶୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଥିଲା । ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କ ବିହାରୀ ଅନନ୍ତ ଇନଷ୍ଟାଗ୍ରାମ ଓ ଫେସବୁକ୍‌ରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ପ୍ରଘଟ କରିଥିଲେ। ଭାଇରାଲ ଭିଡିଓରେ ରତ୍ନ ସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଥିଲା। ଯାହାକୁ ନେଇ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ବର୍ତ୍ତମାନ ପୁଲିସ୍ ଏ ନେଇ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories