www.samajalive.in
Thursday, December 11, 2025
16.1 C
Bhubaneswar

ପୁରୀ ହେବ ମହାନଗର ନିଗମ: ପ୍ରତିଷ୍ଠା ହେବ ଜଗନ୍ନାଥ ସଂଗ୍ରହାଳୟ, ପୁସ୍ତକାଗାର ଓ ଗବେଷଣା କେନ୍ଦ୍ର

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପୁରୀକୁ ନେଇ ବଡ଼ ଘୋଷଣା କରିଛନ୍ତି। ପୁରୀ ହେବ ମହାନଗର ନିଗମ। ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ରାଜ୍ୟ ସରକାର ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟର ଷଷ୍ଠ ମହାନଗର ନିଗମ ହେବ ପୁରୀ। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ପୁରୀ ସହର ଏବଂ ଆଖପାଖ ଗ୍ରାମପଞ୍ଚାୟତଗୁଡ଼ିକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ। ଏହାଦ୍ବାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ୭ରୁ ୮ଗୋଟି ଗ୍ରାମପଞ୍ଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ। ଆସନ୍ତାକାଲିଠାରୁ ଏ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାବ୍ୟତୀତ ପୁରୀଠାରେ ଏକ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପୁସ୍ତକାଗାର ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଗୋଟିଏ ପରିସରରେ ଏହା ନିର୍ମିତ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories