www.samajalive.in
Friday, December 5, 2025
20.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଷୋଡଶ ଅର୍ଥ କମିଶନ

ପୁରୀ/କୋଣାର୍କ : ୪ ଦିନିଆ ଓଡିଶା ଗସ୍ତରେ ଷୋଡଶ ଅର୍ଥ କମିଶନ। ଆଜି ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।  ଏବଂ ରାଜ୍ୟର ପ୍ରମୁଖ ଅଧିକାରୀଙ୍କ ସହ ଆଲୋଚନା କରିବା ନେଇ ସୂଚନା ରହିଛି। ଡ. ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଅର୍ଥ କମିଶନର ସଦସ୍ୟମାନେ ବୁଧବାର ପୁରୀ ଓ କୋଣାର୍କ ପରିଦର୍ଶନ କରିଛନ୍ତି। ଶ୍ରୀମନ୍ଦିରକୁ ଯାଇ ସେମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ପୁରୀ ରାଜଭବନରେ ବିଭାଗୀୟ ଅଧିକାରୀଙ୍କ ସହ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ, ଐତିହ୍ୟ ସଂରକ୍ଷଣ ଏବଂ ନାଗରିକଙ୍କୁ ମୌଳିକ ସୁବିଧା ଯୋଗାଇବା ସମ୍ପର୍କରେ ଆଲୋଚନା କରିଛନ୍ତି। ଏଥିପାଇଁ ଆର୍ଥିକ ଅନୁଦାନ ଆବଣ୍ଟନ ସପକ୍ଷରେ ଷୋଡ଼ଶ ଅର୍ଥ କମିଶନ ମତ ଦେଇଛନ୍ତି। ପୁରୀ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ହୋଇଥିବାରୁ ଶ୍ରଦ୍ଧାଳୁଙ୍କୁ ବିଭିନ୍ନ ସୁବିଧା ଯୋଗାଇବା ସମ୍ପର୍କରେ ଆଲୋଚନା କରାଯାଇଛି। ସହରାଞ୍ଚଳର ବର୍ଦ୍ଧିତ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ପରିମଳ, ବର୍ଜ୍ୟ ପରିଚାଳନା, ଆଲୋକୀକରଣ, ରାସ୍ତା ନିର୍ମାଣ ସମେତ ଅନ୍ୟାନ୍ୟ ଭିତ୍ତିଭୂମି ବିକାଶର ଆବଶ୍ୟକତା ରହିଥିବା ଜିଲା ପ୍ରଶାସନ ଓ ପୁରୀ ପୌର ସଂସ୍ଥା ପକ୍ଷରୁ କମିଶନଙ୍କୁ ପ୍ରସ୍ତାବ ଦିଆଯାଇଛି। ପୁରୀର ସମୃଦ୍ଧ ଐତିହ୍ୟକୁ ସଂରକ୍ଷିତ ରଖାଯାଇ ସାମଗ୍ରିକ ସହରାଞ୍ଚଳ ବିକାଶକୁ ସୁନିଶ୍ଚିତ କରିବା ପାଇଁ ସମୁଚିତ ସମ୍ବଳ ବଣ୍ଟନ ଉପରେ କମିଶନ ଅଧ୍ୟକ୍ଷ ଡ. ପାନାଗାରିଆ ଗୁରୁତ୍ବ ଦେଇଛନ୍ତି। ବ୍ଲୁ ଫ୍ଲାଗ୍ ବେଳାଭୂମି ପରିଦର୍ଶନ ସହ ପରିବେଶଭିତ୍ତିକ ବିକାଶ ଦେଖି ସେମାନେ ଖୁସିବ୍ୟକ୍ତ କରିଥିଲେ। ସନ୍ଧ୍ୟାରେ ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟସ୍ଥଳର ମାନ୍ୟତା ପାଇଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥିଲେ। କୋଣାର୍କ ସୂର୍ଯ୍ୟ ମନ୍ଦିରର ଇତିହାସ ସମ୍ପର୍କରେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ଏବଂ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ସେମାନଙ୍କୁ ସୂଚନା ଦିଆଯାଇଥିଲା। କୋଣାର୍କ ସୂର୍ଯ୍ୟ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ଷୋଡ଼ଶ ଅର୍ଥ କମିଶନ ଅଭିଭୂତ ହୋଇଥିଲେ। ସେମାନେ ଇଣ୍ଡିଆନ ଅଏଲ ଦ୍ୱାରା ନିର୍ମିତ ବ୍ୟାଖାନ କେନ୍ଦ୍ର ପରିଦର୍ଶନ କରିଥିଲେ। ରାଜ୍ୟ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ଅରିନ୍ଦମ ଡାକୁଆ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଆରକ୍ଷୀ ଅଧୀକ୍ଷକ ବିନିତ ଅଗ୍ରୱାଲ, ପୁରୀ ପୌର ସଂସ୍ଥା ଅଧିକାରୀ ଅଭିମନ୍ୟୁ ବେହେରା, କମିଶନର ସଦସ୍ୟ ଆନି ଜର୍ଜ ମାଥ୍ୟୁ, ଅଜୟ ନାରାୟଣ ଝା, ଡ. ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories