www.samajalive.in
Saturday, December 6, 2025
26.1 C
Bhubaneswar

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି

ପୁରୀ: ଆଶ୍ୱୀନ ମାସ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ପୂର୍ବରୁ ସ୍ଥିର ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ ଟାରେ ଦ୍ୱାର ଫିଟା ପରେ ମଙ୍ଗଳାଆରତୀ ହୋଇଥିଲା । ଏହାପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ଚାଲିଛି।

ପରମ୍ପରା ଅନୁସାରେ, ଆଜିର ଦିନରେ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ। ସନ୍ଧ୍ୟାରେ ମହାପ୍ରଭୁଙ୍କ ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡ଼ସିଂହାର ବେଶ ଆଦି ନୀତି କରାଯିବ। ସବୁ ସେବାୟତଙ୍କ ଭିତରେ ସହଯୋଗ ରଖି ମହାପ୍ରଭୁଙ୍କ ନୀତିକୁ ସୁରୁଖୁରୁରେ ସମ୍ପାଦନ କରାଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି।

- Advertisement -

ଅନ୍ୟପଟେ ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ସହ କାର୍ତ୍ତିକ ବ୍ରତ ପାଇଁ ପୁରୀକୁ ହବିଷ୍ୟାଳିମାନଙ୍କ ଭିଡ ଜମିଥାଏ କିନ୍ତୁ ଚଳିତ ବର୍ଷ କରୋନା କଟକଣା ପୁରୀରେ ହବିଷ୍ୟାଳିଙ୍କ ଆସିବା ଉପରେ କଟକଣା ଜାରି କରାଯାଇଛି। ସେଥିପାଇଁ ପୁରୀରେ ହମିଷ୍ୟାଳିଙ୍କ ଭିଡ ପରିଲକ୍ଷିତ ହେଉନାହିଁ। ବିଶ୍ୱାସ ରହିଛି ଏହି ମାସରେ ଶ୍ରୀଜିଉଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ପ୍ରାପ୍ତି ହୋଇଥାଏ । କିନ୍ତୁ ଏବର୍ଷ କରୋନା କଟକଣା ଯୋଗୁ ଭକ୍ତଙ୍କ ପାଇଁ ବନ୍ଦ ରହିଛି ଶ୍ରୀମନ୍ଦିର । ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ । 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories