www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ଆକ୍ରମଣ, ଯୁବକ ଗୁରୁତର

ପୁରୀ :ଶ୍ରୀମନ୍ଦିର ନିକଟ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ସିନେମା ଶୈଳୀରେ ଖଣ୍ଡା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ସଦର ହାସପାତାଳରେ ଭର୍ତ୍ତି କରିଛନ୍ତି। ଗୁରୁତର ଯୁବକ ଜଣଙ୍କ ଦାଣ୍ଡିମାଳ ସାହିର ଶୁଭମ ପରିଡ଼ା(୨୧) ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ଟାଉନଥାନା ପୁଲିସ ଦଳ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

ପୂର୍ବଶତ୍ରୁତାରୁ ଏଭଳି ଆକ୍ରମଣ ହୋଇଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ବୁଧବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ଶ୍ରୀକୃଷ୍ଣ ସିନେମା ଗଳିରେ ଶୁଭମ ଛିଡା ହୋଇଥିଲେ । ୨ଜଣ ଦୁର୍ବୃତ୍ତ ହଠାତ ସେଠାରେ ପହଞ୍ଚି ଅତର୍କିତ ଭାବେ ଗୋଡାଇ ଗୋଡାଇ ଖଣ୍ଡାରେ ଆକ୍ରମଣ କରିଥିଲେ । ଆକ୍ରମଣ ବେଳେ ରାସ୍ତାରେ ଯାଉଥିବା ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ । ଆକ୍ରମଣରେ ଶୁଭମଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ହାସପାତାଳରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଦଳ ସେଠାରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଆକ୍ରମଣକାରୀଙ୍କୁ ପୁଲିସ ଚିହ୍ନଟ କରିବା ପରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ ହୋଇଥିବା ଜଣାପଡିଛି । ଆହତ ଶୁଭମଙ୍କ କେତେକ ଯୁବକଙ୍କ ସହ ପୂର୍ବରୁ ବିବାଦ ରହିଥିଲା । ସନ୍ଧ୍ୟାରେ ସେ ଏକାକୀ ଥିବା ବେଳେ ସେମାନେ ଆକ୍ରମଣ କରିଥିବା କୁହାଯାଉଛି। ଆକ୍ରମଣକାରୀଙ୍କୁ ଧରିବା ପାଇଁ ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢଉ ଆରମ୍ଭ ହୋଇଥିବା ଜଣାପଡିଛି

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories