www.samajalive.in
Sunday, December 7, 2025
23.1 C
Bhubaneswar

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଧାମି

ଦେହରାଡୁନ୍‌ :  ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ଦ୍ୱାଦଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳଙ୍କ ଜେନେରାଲ ଗୁରୁମିତ ସିଂ (ଆର) ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ତାଙ୍କ ସହ ଆଉ ଆଠଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କ୍ରମାଗତ ଦ୍ୱିତୀୟ ଥର ପାଇଁ ଶ୍ରୀ  ଧାମି ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି।

- Advertisement -

ସୂଚନା ଯୋଗ୍ୟ ୭୦ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାରେ ବିଜେପି ୪୬ଟି ଆସନରେ ବିଜୟୀ ହୋଇ କ୍ରମାଗତ ଦ୍ୱିତୀୟ ଥର ପାଇଁ ସରକାର ଗଠନ କରିଛି । ଉତ୍ତରାଖଣ୍ଡ ରାଜ୍ୟ ଗଠନ ହେବା ଦିନଠାରୁ ପ୍ରଥମ ଥର ପାଇଁ ଲଗାତାର ଦ୍ୱିତୀୟ ଥର ପାଇଁ ବିଜେପି ଏଠାରେ ସରକାର ଗଠନ କରିଛି । ଯାହାକୁ ଏକ ଐତିହାସିକ ଘଟଣା ଭା‌ବେ ବର୍ଣ୍ଣନା କରାଯାଉଛି। କାରଣ ନିର୍ବାଚନର ମାତ୍ର ୬ ମାସ ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦଭାର ଗ୍ରହଣ କରିଥିଲେ, କିନ୍ତୁ ତାଙ୍କ ନେତୃତ୍ବରେ ଦଳ ବିଜୟୀ ହୋଇଥିଲା। ପୂର୍ବରୁ ରାଜ୍ୟରେ ଗୋଟିଏ ପାଳିରେ ବିଜେପି ସରକାର ଗଠନ କଲେ ଅନ୍ୟ ପାଳିରେ କଂଗ୍ରେସ ସରକାର ଗଠନ କରିଆସୁଥିଲା । ଏଥର ରାଜ୍ୟକୁ ଡବଲ ଇଞ୍ଜିନ ସରକାର ମିଳିଛି ।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories