www.samajalive.in
Monday, December 8, 2025
20.1 C
Bhubaneswar

କାନପୁରା ସ୍କୁଲ ପରିସରରୁ ଅଜଗର ଉଦ୍ଧାର

କାମାକ୍ଷାନଗର: କାମାକ୍ଷାନଗର ବ୍ଲକ କାନପୁରା ଗାଁ ସ୍ଥିତ ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟ ପରିସରରୁ ଏକ ୧୩ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି । ବିଦ୍ୟାଳୟର ରୋଷେୟା ଅଜଗର ସାପକୁ ଦେଖିବା ପରେ ସ୍ନେକ ହେଲ୍ପ ଲାଇନର ସଦସ୍ୟ ସୁଧାକର ରାଉତଙ୍କୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନର ସଦସ୍ୟ ଘଟଣା ସ୍ଥଳରେ ପହଞ୍ଚି ଅଜଗର ସାପଟିକୁ ଉଦ୍ଧାର କରିଥିଲେ । ପରେ ବନ ବିଭାଗର ସହଯୋଗରେ ସାପଟିକୁ ନିକଟସ୍ଥ ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ଏହି ଅଜଗର ସାପଟି ରେଙ୍ଗାଳି ବାମ ମୁଖ୍ୟ କେନାଲରେ ଭାସି ଆସିଥିବାର ଜଣାଯାଇଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories