www.samajalive.in
Sunday, December 7, 2025
16.1 C
Bhubaneswar

୮ ଭାରତୀୟ ନୌସେନା ଅଧିକାରୀ କାତାରରୁ ମୁକ୍ତ

ନୂଆଦିଲ୍ଲୀ: ଭାରତର ବଡ କୂଟନୈତିକ ବିଜୟ ହୋଇଛି। ୧୮ ମାସ ଧରି କାତାର ଜେଲରେ ଥିବା ୮ଜଣ ପୂର୍ବତନ ନୌସେନା ଅଧିକାରୀ ମୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ସୋମବାର ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କୁ ମୁକ୍ତ କରାଯିବା ସହ ଭାରତରେ ପହଞ୍ଚିବା ପାଇଁ ସମସ୍ତ ପ୍ରକାର ସହାୟତା କରିଥିବା କାତାର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ସେମାନେ ଭାବବିହ୍ବଳ ହୋଇପଡିଛନ୍ତି। ଜନ୍ମମାଟିକୁ ଫେରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଯୋଗୁଁ ଜନ୍ମମାଟିକୁ ଫେରି ପାରିଲୁ ବୋଲି କାତାରରୁ ଫେରିଥିବା ପୂର୍ବତନ ନୌସେନା ଅଧିକାରୀମାନେ କହିଛନ୍ତି। ଗୁପ୍ତଚର ଅଭିଯୋଗରେ ୨୦୨୨ ଅଗଷ୍ଟ ୩୦ରେ ଭାରତର ୮ ଜଣ ନୌସେନା ଅଧିକାରୀଙ୍କୁ କାତାର ସରକାର ଅଟକ ରଖିବା ପରେ ସେମାନଙ୍କୁ ଜେଲରେ ଭର୍ତ୍ତି କରିଥିଲେ। ୨୦୨୩ ଅକ୍ଟୋବର ୨୬ରେ କାତାରର ଏକ କୋର୍ଟ ସେମାନଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ। ଏହାକୁ ନେଇ ଭାରତରେ କଡା ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଭାରତ ପକ୍ଷରୁ କୂଟନୈତିକ ଚାପ ପରେ ମୃତ୍ୟୁ ଦଣ୍ଡାଦେଶକୁ କୋହଳ କରାଯାଇଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories