www.samajalive.in
Sunday, December 7, 2025
23.1 C
Bhubaneswar

ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଛି । ଶୁକ୍ରବାର ରାତି ୧୨ଟା ୪୪ମିନଟରେ ୮୭ବର୍ଷ ବୟସରେ ଚେନ୍ନାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଚେନ୍ନାଇ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ । ଖଲ୍ଲିକୋଟ ଓ କବିସୂର‌୍ୟ୍ୟନଗରରୁ ୧୦ ଥର ବିଧାୟିକା ହୋଇଥିଲେ ସୁଜ୍ଞାନ କୁମାରୀ। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର‌୍ୟ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଥିଲେ । ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି । ୧୯୩୭ ମସିହା ଅଗଷ୍ଟ ୫ରେ ଗଞ୍ଜାମରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ।

ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର‌୍ୟ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ହୋଇଥିଲେ। ଦ୍ୱିତୀୟ ଥର ପାଇଁ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର‌୍ୟ୍ୟନ୍ତ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର‌୍ୟ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ କୁମାରୀ ଦେଓ। ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବିଧାୟିକା ହୋଇଥିଲେ। ପରେ ସେ ୧୯୯୦-୯୫ ପର‌୍ୟ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ ସୁଜ୍ଞାନ । ୧୯୯୬ ରେ ସେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଥିଲେ ।

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories