www.samajalive.in
Friday, December 5, 2025
27.1 C
Bhubaneswar

ପ୍ରଶ୍ନକାଳ ସ୍ୱାଭାବିକ: ୨୦, ୧୫୦ ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ, ଗୃହରେ ଉତ୍ତର ରଖୁଛନ୍ତି ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ । ଆଜି ଗୃହରେ ପ୍ରଶ୍ନକାଳ ସୁରୁଖୁରୁରେ ଚାଲିଛି । ମହିଳା ଓ ଶିଶୁ ବିକାଶ ବିଭାଗ ଉପରେ ପ୍ରଶ୍ନକାଳ ଚାଲିଛି । ସଦସ୍ୟଙ୍କ ପ୍ରଶ୍ନରେ ଗୃହରେ ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ରାଜ୍ୟରେ ମୋଟ୍‌ ୭୪ହଜାର ୨୨୪ ଟି ଅଙ୍ଗନବାଡି କେନ୍ଦ୍ର ରହିଛି । ଏବେ ୫୪, ୦୭୪ଟି ଅଙ୍ଗନବାଡି ନିଜସ୍ୱ ଗୃହରେ ଚାଲିଥିବା ବେଳେ ୨୦, ୧୫୦ ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ । ୧୦,୪୧୬ଟି ମିନି ଅଙ୍ଗନବାଡି କେନ୍ଦ୍ର ଅଙ୍ଗନବାଡି କେନ୍ଦ୍ରକୁ ପିବର୍ତ୍ତନ ହୋଇଛି । ୪,୫୭୪ ଅଙ୍ଗନବାଡି କେନ୍ଦ୍ର ସ୍କୁଲ ଘରେ ଚାଲିଛି, ଆଜିବି ୩,୮୯୦ଟି ଅଙ୍ଗନବାଡି କେନ୍ଦ୍ର ଭଡା ଘରେ ଚାଲିଛି, ଖୁବଶୀଘ୍ର ନିଜସ୍ୱ ଗୃହରେ ଚାଲିବ ରାଜ୍ୟର ସବୁ ଅଙ୍ଗନବାଡି କେନ୍ଦ୍ର ବୋଲି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ । ଗହୃରେ ଏନେଇ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories