www.samajalive.in
Friday, December 5, 2025
20.1 C
Bhubaneswar

ସଙ୍କଟରେ ୟେସ୍‌ ବ୍ୟାଙ୍କ: ସୁରକ୍ଷିତ ରହିବ ତ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ?

ଭୁବନେଶ୍ଵର: ୟେସ୍‌ ବ୍ୟାଙ୍କ ଏବେ ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଛି। ବ୍ୟାଙ୍କର ଏନପିଏ ପରିମାଣ ଲଗାତାର ବୃଦ୍ଧି ପାଉଥିବାରୁ ବ୍ୟାଙ୍କ ଦେବାଳିଆ ସ୍ଥିତିକୁ ଅଗ୍ରସର ହେଉଛି। ବ୍ୟାଙ୍କର ପରିଚାଳନା କଷ୍ଟକର ହୋଇପଡ଼ିଛି। ଏଥିରେ ସୁଧାର ଆଣିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଜମାକାରୀଙ୍କ ଟଙ୍କା ଉଠାଣ ଉପରେ କଟକଣା ଲଗାଇଛି। କୌଣସି ଜମାକାରୀ ଗୋଟିଏ ମାସରେ ୫୦ ହଜାରରୁ ଅଧିକ ଟଙ୍କା ଉଠାଇପାରିବେ ନାହିଁ ବୋଲି ନିୟମ ଲାଗୁ ହୋଇଛି। ତେବେ ଏହି ପରିପ୍ରେକ୍ଷୀରେ ୟେସ୍‌ ବ୍ୟାଙ୍କର ଅନ୍ୟତମ ପ୍ରମୁଖ ଜମାକାରୀ ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ନାମରେ ଏହି ବ୍ୟାଙ୍କରେ ଥିବା ଆକାଉଣ୍ଟରେ ୫୪୫ କୋଟି ଟଙ୍କା ଜମା ରହିଛି। ବର୍ତ୍ତମାନ ବ୍ୟାଙ୍କର ସଙ୍କଟଜନକ ସ୍ଥିତିକୁ ଦୃଷ୍ଟି ଦେଲେ ମହାପ୍ରଭୁଙ୍କ ଟଙ୍କା କିପରି ସୁରକ୍ଷିତ ରହିବ ତାହାକୁ ନେଇ ପ୍ରଶ୍ନ ଉଠିଛି।

ସୂଚନାଯୋଗ୍ୟ, ନିକଟରେ ମନ୍ତ୍ରୀ ପ୍ରତାପ ଜେନା ବିଧାନସଭାରେ ସୂଚନା ଦେଇ କହିଥିଲେ,  ଶ୍ରୀଜଗନ୍ନାଥଙ୍କ ମୋଟ ସମ୍ପତ୍ତିର ପରିମାଣ ୬୨୬ କୋଟି ୪୪ ଲକ୍ଷ ୭୮ ହଜାର ଟଙ୍କା। ୟେସ୍‌ ବ୍ୟାଙ୍କରେ ଶ୍ରୀଜଗନ୍ନାଥଙ୍କର ୫୪୫ କୋଟି ଟଙ୍କା ଜମା ରହିଛି। ୨୦୧୯ ସେପ୍ଟେମ୍ବର ୩୦ ସୁଦ୍ଧା ୟେସ୍‌ ବ୍ୟାଙ୍କରେ ୫୯୨ କୋଟି ଟଙ୍କା ଜମା ରହିଥିଲା। ସ୍ଥାୟୀ ଜମାରେ ୫୪୫ କୋଟି ଏବଂ ଫ୍ଲେକ୍ସି ଜମାରେ ୪୭ କୋଟି ଟଙ୍କା ଥିଲା। ତେବେ ଇତିମଧ୍ୟରେ ୪୭ କୋଟି ଟଙ୍କାର ଫ୍ଲେକ୍ସି ଜମା ବ୍ୟାଙ୍କରୁ ପ୍ରତ୍ୟାହାର କରିନିଆଯାଇଛି। ଆଗାମୀ ମାର୍ଚ୍ଚରେ ୫୪୫ କୋଟି ଟଙ୍କା ଉକ୍ତ ଘରୋଇ ବ୍ୟାଙ୍କରୁ ଉଠାଯାଇ ଜାତୀୟକରଣ ବ୍ୟାଙ୍କରେ ରଖାଯିବ ବୋଲି ମନ୍ତ୍ରୀ କହିଥିଲେ। କିନ୍ତୁ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ କଟକଣା ଲାଗୁ ହୋଇଛି। ତେବେ ଏକ ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା କିପରି ରଖାଗଲା ତାହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ସେବାୟତ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories